ଓଡିଶା

ବନକଲାଗି ନୀତି : ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

(ପୁରୀ) : ଆସନ୍ତାକାଲି (ବୁଧବାର) ହେବ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର । ପବିତ୍ର ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥି ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଏହି ସମୟରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏଥିଲାଗି ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।

ସୂଚନାନୁଯାୟୀ , ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

Related posts

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଭୋଟ ଗଣତି ଆରମ୍ଭ

mahabharatanews

୩୪ଟି ପୋଲିସ ଜିଲ୍ଲାରେ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ହେବ

mahabharatanews

ଆସନ୍ତାକାଲି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଘୂର୍ଣ୍ଣିବଳୟ

mahabharatanews