ଓଡିଶା

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

(ମହାଭାରତ, ବଣାଇ): ସୁନ୍ଦରଗଡ ଜିଲ୍ଲା ମହୁଲପଡା ଥାନାର ତସଡା ଗାଁ ନିକଟସ୍ଥ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଏକ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଉକ୍ତ ଗାଁର ବେଣୁ ଦେହୁରୀ ବୋଲି ଜଣାପଡିଛି । ଗାଁ ଲୋକେ ମୃତଦେହ ଦେଖି ବେଣୁଙ୍କ ଘର ଲୋକଙ୍କୁ ସୂଚନା ଦେବା ପରେ ସେମାନେ ପୋଲିସ ନିକଟରେ ଅଭିଯୋଗ କରିଥିଲେ । ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଗତ ଗୁରୁବାର ଉକ୍ତ ଅଞ୍ଚଳରେ ଏକ ଆଦିବାସୀ ଯାତ୍ରା ଚାଲିଥିଲା । ବେଣୁ ସେଠାକୁ ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନଥିଲେ । ଘର ଲୋକେ ବହୁ ଖୋଜାଖୋଜି କରିବା ପରେ ତାଙ୍କର ସନ୍ଧାନ ପାଇ ନଥିଲେ । ତେବେ ପରେ ଜଙ୍ଗଲ ମଧ୍ୟରେ ତାଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଦେଖି ଏହା ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମହୁଲପଡା ଥାନା ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

Related posts

୧୩୩୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

mahabharatanews

ପଦ୍ମପୁର ଉପନିର୍ବାଚନ ମଇଦାନରେ 10 ପ୍ରାର୍ଥୀ

mahabharatanews

ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଆଉ ମାତ୍ର ୧୨ଦିନ  

mahabharatanews