ଓଡିଶା

ରାଜ୍ୟରେ ଆଉ ୧୩ ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ପରିବର୍ତ୍ତନ ଆସିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୭ ନୂଆ କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୫୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୬୧୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୮୫୨୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

୧୫ରୁ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା 

mahabharatanews

ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ ନେଇ ପ୍ରତିକ୍ରିୟା ରଖିଲେ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରଦୀପ ଅମାତ

mahabharatanews

ପ୍ରଶ୍ନପତ୍ର ଲିକ ମାମଲା : ମଙ୍ଗଳବାର ରାତିରେ ୮ ଜଣଙ୍କୁ କୋର୍ଟ ଚାଲାଣ କଲା କେସିଙ୍ଗା ପୋଲିସ

mahabharatanews