ଓଡିଶା

ଆଖି ବୁଜିଲେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ

(ଭୁବନେଶ୍ୱର) : ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ପ୍ରଥମେ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ହେଉଥିଲେ । ପରେ କଟକର ଆଉ ଏକ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ସେଠାରେ ତାଙ୍କର ୭୯ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି ।

ସୂଚନାନୁଯାୟୀ , ଫୁସଫୁସ ସଂକ୍ରମଣରେ ସେ ପୀଡିତ ଥିଲେ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । କମଳା ଦାସ ଜନତା ଦଳର ପ୍ରତିନିଧି ଭାବରେ ୧୯୯୦ରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ସେ କାର୍ଯ୍ୟ କରିଥିଲେ । ନିର୍ବାଚନ ତାରିଖ ୧୦ମ ଓଡ଼ିଶା ବିଧାନସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

Related posts

ମୁଖ୍ୟମନ୍ତ୍ରୀ- ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ରଥଯାତ୍ରା ସମ୍ପର୍କିତ ଆଲୋଚନା

mahabharatanews

ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ

mahabharatanews

ଆଜି ବି ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି 

mahabharatanews