ଓଡିଶା

ଅଟୋ ଓଲଟି ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ

(ମହାଭାରତ, ପଟ୍ଟାମୁଣ୍ଡାଇ): କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ନିକଟରେ ଏକ ଅଟୋ ଓଲଟି ଦୁର୍ଘଟଣା ଘଟିଛି । ଅଟୋ ଓଲଟି ପଡିବାରୁ ଘଟଣାସ୍ଥଳରେ ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ, ପ୍ରତିଦିନ ଭଳି ଏକ ଅଟୋ ସ୍କୁଲ ପିଲାଙ୍କୁ ନେଇ ଫେରୁଥିବା ବେଳେ ଶନିବାର ଏହି ଦୁର୍ଘଟଣା ଘଟିଛି । ଅଟୋରେ ପ୍ରାୟ ୧୫ ଜଣ ଛାତ୍ରୀ ବସିଥିବାରୁ ଭାରସାମ୍ୟ ହରାଇ ଅଟୋଟି ଓଲଟି ପଡିଥିଲା । ଫଳରେ ଅଟୋରେ ବସିଥିବା ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅନ୍ୟ ୪ ଜଣ ଛାତ୍ରୀ ମଧ୍ୟ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ଉଦ୍ଧାର କରାଯାଇ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣା ପରେ ଅଟୋ ଚାଳକ ଫେରାର ହୋଇଛି । ଫଳରେ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଛି । ଉତ୍ତ୍ୟକ୍ତ ଗ୍ରାମବାସୀ ଅଟୋରେ ନିଆଁ ଲଗାଇ ପୋଡି ଦେଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ସ୍ଥିତି ସ୍ୱାଭାବିକ ହୋଇଛି ।

Related posts

ସାହିତ୍ୟିକ ମନୋଜ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

mahabharatanews

ଅତିରିକ୍ତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

mahabharatanews

ନର୍ଲା ପ୍ରେସ ଏସୋସିଏସେସନ୍ ପକ୍ଷରୁ ପ୍ରେସ୍ ଦିବସ ପାଳିତ

mahabharatanews