ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ; ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି। କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ତେବେ ଗତକାଲି ୩୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୭ ଜଣ ଚିହ୍ନଟ ହୋଇଛନ୍ତି।


ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୭, ବରଗଡ଼ରୁ ୫, ବଲାଙ୍ଗୀରରୁ ୬ ଜଣ, ବୌଦ୍ଧରୁ ୨, କଟକରୁ ୨୧ ଜଣ, ଦେବଗଡ଼ରୁ ୫, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୬୭, କୋରାପୁଟରୁ ୧, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୧୩, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୪୦ ଜଣ ଓ ଷ୍ଟେଟପୁଲରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Related posts

ୟୁଜିସି ମାର୍ଗଦର୍ଶିକା ଉପରେ ପୁନର୍ବିଚାର କରିବାକୁ ପତ୍ର ଲେଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

mahabharatanews

 କନ୍ଧମାଳ ଗସ୍ତରେ ମୁଖ୍ୟମନ୍ତ୍ରୀ 

mahabharatanews

ଯକ୍ଷ୍ମା ଦେଉଛି ଯମ ଯନ୍ତ୍ରଣା, ରାଜ୍ୟରେ ଯକ୍ଷ୍ମା ଭଳି ଦୁରାରୋଗ୍ୟରୁ ଭଲ ହେଉ ନାହାନ୍ତି ରୋଗୀ

mahabharatanews