ଓଡିଶା

ଘନକୁହୁଡ଼ି : ୧୫ଜିଲ୍ଲାକୁ ସତର୍କ ଜାରି  

(ଭୁବନେଶ୍ୱର) :  ରାଜ୍ୟରେ ଲାଗି ରହିଥିବା ଶୀତ ଲହରୀ କମିଥିବା ବେଳେ କାୟା ମେଲାଇଛି ଘନ କୁହୁଡ଼ି ।  ମଧ୍ୟରେ ୨୮ଡିସେମ୍ବର ୨୦୨୩(ଗୁରୁବାର) ରାଜ୍ୟର ୧୫ଜିଲ୍ଲାରେ ଘନକୁହୁଡ଼ି ହେବାର ଆଶଙ୍କା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ‌କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଘନକୁହୁଡ଼ି ‌ଅନୁଭୂତ ହେବ । ତେବେ କୁହୁଡ଼ିଜନିତ ସମସ୍ୟାର ସମାଧାନ ପାଇଁ ପୁଲିସ ଓ ପରିବହନ ବିଭାଗକୁ ଉପରୋକ୍ତ ଜିଲ୍ଲାଗୁଡ଼ିକରେ ଅଧିକ ସତର୍କ ରହିବାକୁ ପଡ଼ିବ ବୋଲି ଏସ୍‌ଆରସି ପକ୍ଷରୁ କୁହାଯାଇଛି । ସଡ଼କଦୁର୍ଘଟଣାକୁ ଏଡ଼ାଇବା ପାଇଁ ଜାତୀୟ ରାଜପଥଗୁଡ଼ିକରେ ଯାନବାହନ ନିୟନ୍ତ୍ରଣ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।

Related posts

ସଟ୍ ଡାଉନ୍ ସଫଳ କରିବାକୁ ପୋଲିସର କଡ଼ା କାର୍ୟ୍ୟାନୁଷ୍ଠାନ

mahabharatanews

ଟ୍ରକ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

mahabharatanews

ଜି-୨୦ ସମ୍ମିଳନୀର ଶୁଭ ଉଦ୍ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

mahabharatanews