ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପଠାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ- 2026 ର ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନ ମାଝୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ମାୟାଧର ସାହୁ, ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଜିଲ୍ଲା କ୍ରୀଡା ଅଧିକାରୀ ତ୍ରିନାଥ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଦୁଇ ଦିନ ଧରି ଅନୁଷ୍ଠିତ ହେବ। ମୂଳ ଲକ୍ଷ୍ୟ ହେଉଛି ଛାତ୍ରଛାତ୍ରୀ ମାନଙ୍କର ଲୁକ୍କାୟିତ ପ୍ରତିଭାକୁ ପରିସ୍ପୁଟିତ କରିବା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଅଧ୍ୟାପକ, ଅଧ୍ୟାପିକା ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।
previous post
