ଓଡିଶା

ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ 

(ପୁରୀ) :  କାର୍ତ୍ତିକ ମାସ ଲାଗି ଶ୍ରୀମନ୍ଦିରରେ ଲାଗି ରହିଛି ଶ୍ରଦ୍ଧାଳୁ ଭିଡ଼ ଅସମ୍ଭବ । ଏହି କ୍ରମରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବନାହିଁ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି । ଫଳରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ । ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ।

ସୂଚନାନୁଯାୟୀ ,  ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଏହା ସହ ଆଜି ପବିତ୍ର ପଞ୍ଚକ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନୃସିଂହ ବେଶ । ଆସନ୍ତାକାଲି ସୋମବାର ଶ୍ରୀଜିଉଙ୍କର ରାଜରାଜେଶ୍ୱର ବେଶ ରହିଛି । କାର୍ତ୍ତିକ ପୂର୍ଣ୍ଣିମା ଲାଗି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Related posts

ଡ଼ରାଇଲାଣି ଡେଙ୍ଗୁ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୭୮୨କୁ ବୃଦ୍ଧି 

mahabharatanews

କରୋନା ସଚେତନତା କରାଇଲେ ବଡଚନା ବିଧାୟକ

mahabharatanews

ପ୍ରତାରକ ପୁଲିସ ପ୍ରେମିକଙ୍କୁ ଧରି ବିବାହ କରାଇଲା ପୁଲିସ

mahabharatanews