ଓଡିଶା

ଡରାଉଛି ଡାଇରିଆ

ମାଲକାନଗିରି : ଡାଇରିଆ ଆତଙ୍କରେ ଥରହର ମାଲକାନଗିରି । ମାଲକାନଗିରିରେ ଡାଇରିଆ ଆତଙ୍କ ଦିନକୁ ଦିନ ବଢିବାରେ ଲାଗିଛି । ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇ ଦେଇଛି । ଗତ ସପ୍ତାହରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୫୦ରୁ ଅଧିକ ଡାଇରିଆ ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ନିକଟରେ ମାଥିଲି କୋପ୍ରା ଅଞ୍ଚଳରେ ଝାଡାବାନ୍ତି ବ୍ୟାପି ଥିବାରୁ ଲୋକଙ୍କ ଚିନ୍ତା ବଢିଯାଇଛି । କେବଳ ମାଥିଲି କୋପ୍ରା ନୁହେଁ , ଜିଲ୍ଲାର ବିଭିନ୍ନ ସ୍ଥାନରୁ ରୋଗୀ ମେଡିକାଲରେ ଭର୍ତ୍ତି ହେଉଛନ୍ତି ।
ତେବେ ରୋଗୀଙ୍କ ସଂଖ୍ୟା ବଢୁଥିବା ଯୋଗୁଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ୱାର୍ଡରେ ବେଡ ସଂଖ୍ୟା ମଧ୍ୟ ବଢ଼ାଇ ଦିଆଯାଇଛି ।ଏବେ ବି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୨୦ରୁ ୨୫ ଜଣ ଡାଇରିଆ ରୋଗୀ ଚିକିତ୍ସିତ ହେଉଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାଇରିଆ ରୋଗୀଙ୍କ ସଂଖ୍ୟା ବଢିବା ଘଟଣାକୁ ଅତି ଗୁରୁତର ସହ ନେଇଛି ସ୍ୱାସ୍ଥ୍ୟ ବିଭାଗ ।

Related posts

ହାଇୱା ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ପରେ ରାସ୍ତା ଅବରୋଧ

mahabharatanews

ଆନ୍ତର୍ଜାତୀୟ ଡକ୍ଟରେଟ ପୁରସ୍କାରରେ ସମ୍ମାନିତ ହେଲେ ସାମାଜିକ କର୍ମୀ ଡ. ନବିନ ଚନ୍ଦ୍ର ଗୋରଡା

mahabharatanews

ମେଗା ଜଳ ପ୍ରକଳ୍ପ ଓଭରହେଡ୍ ଟ୍ୟାଙ୍କର ଉପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

mahabharatanews