ଓଡିଶା

ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳନ

ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଏବଂ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୨ତମ ଜୟନ୍ତୀ ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନରେ ଶ୍ରଦ୍ଧା ଓ ଗରିମାର ସହ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରାତଃ ୪.୩୦ରେ ଡାକବାଜି ଯନ୍ତ୍ର ଯୋଗେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ‘ରଘୁପତି ରାଘବ ରାଜାରାମ’ ପରିବେଷଣ କରାଯାଇ ସହର ପରିକ୍ରମା କରାଯାଇଥିଲା। ସକାଳ ୭.ଘଟିକା ସମୟରେ  ଗାନ୍ଧୀ ଛକସ୍ଥିତ ମହାତ୍ମା ଗାନ୍ଧୀ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ରୂପେଶ କୁମାରପାଣିଗ୍ରାହୀ,ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ,ପୌର ପରିଷଦ ଅଧ୍ୟକ୍ଷା  ନିର୍ମଳା ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ

ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ  ଦୟାମୟ ପାଢ଼ୀ, ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଗାନ୍ଧୀ ଛକ ଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ  ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଜଗନ୍ନାଥ ମନ୍ଦିର ପରିସର ଠାରେ ଏକ ସ୍ୱଚ୍ଛତା ହିଁ ସେବା ଓ ସ୍ବଚ୍ଛ ଭାରତ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସେହିପରି ଏକ ପେଡ୍ ମା କେ ନାମ ଅଭିଯାନ କାର୍ଯ୍ୟକ୍ରମରେ  ବିଏନ୍ ପ୍ୟାଲେସ ଠାରେ ମୁଖ୍ୟ ଅତିଥି ସମେତ ସମସ୍ତ ଅତିଥି ଗଣ ବୃକ୍ଷ ରୋପଣ କରିଥିଲେ।

Related posts

ନିର୍ଦ୍ଧାରିତ ସମୟ ପୂର୍ବରୁ ହୋଇପାରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ।

mahabharatanews

ରାସ୍ତାପାର୍ଶ୍ୱ ଗାର୍ଡୱାଲକୁ ପିଟିହେଲା ବସ୍, ଅଳ୍ପକେ ବର୍ତିଲେ ଯାତ୍ରୀ

mahabharatanews

ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ

mahabharatanews