ଓଡିଶା

ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ପାଳିତ

ଭାରତର ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତୀୟ ଜନନାୟକ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମଜୟନ୍ତୀ ଏବଂ ରାଷ୍ଟ୍ରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ  ଷ୍ଟାଡିୟମ୍‌ଠାରେ ଜିଲ୍ଲାସ୍ତରିୟ ଜନ ଜାତୀୟ ଦିବସ ପାଳିତ ହୋଇଯାଇଛି ୧୮୭୫ ମସିହା ନଭେମ୍ବର ୧୫ ତାରିଖରେ ଜନ୍ମଗ୍ରହଣ କରିଥିବା ବିର୍ସା ମୁଣ୍ଡାଙ୍କ ତ୍ୟାଗ, ସାହସ ଓ ଦେଶପ୍ରେମ ଆଜି ମଧ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ତାଙ୍କର ଅମୂଲ୍ୟ ଅବଦାନକୁ ସ୍ମରଣ କରିବା ସହ ଜନଜାତୀୟ ସମାଜର ବିକାଶ, ସଂସ୍କୃତିର ସୁରକ୍ଷା ଓ ସଶକ୍ତୀକରଣ ଲକ୍ଷ୍ୟରେ ଏହି ଦିବସ ପାଳନ କରାଯାଇଛି।

ଏଥିସହ ଓଡ଼ିଶା ମାଟିର ବୀର ଶହୀଦ ଲକ୍ଷ୍ମଣ ନାୟକ, ମାଧୋ ସିଂହ ଓ ଚକରା ବିଶୋଇଙ୍କ ପରି ଅନେକ ଜନଜାତୀୟ ବୀରଙ୍କ ଦେଶପ୍ରେମ ଓ ବଳିଦାନକୁ ମଧ୍ୟ ଶ୍ରଦ୍ଧାର ସହ ସ୍ମରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ  ଭଗବାନ ବିର୍ସା ମୁଣ୍ଡାଙ୍କ ଫଟୋଚିତ୍ରରେ  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଅତିଥିମାନେ ଜନଜାତୀୟ ସଂସ୍କୃତି, ପରମ୍ପରା ଓ ଦେଶର ସ୍ୱାଧୀନତା ସଂଗ୍ରାମରେ ଆଦିବାସୀ ବୀରମାନଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ।

ଜନଜାତୀୟ କଳାକାରମାନେ ନିଜର ପାରମ୍ପରିକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହୋନ୍ନାଗାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ କାମଦେବ ବଡ଼ନାୟକ, ଏ ସି ଏଫ ,ସମନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ  ପ୍ରଶାସକ ଶ୍ରୀ ଅଂଶୁମାନ ମହାପାତ୍ର ,ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସୋଲମନ ରାଇକା ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ଛାତ୍ରଛାତ୍ରୀ,ଜନ ସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ।ମହାରାଷ୍ଟ୍ରରୁ ଜନଜାତି ଗୌରବ ଦିବସର ସିଧା ପ୍ରସାରଣ କରାଯାଇଥିଲା।

Related posts

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ

mahabharatanews

୪ ଘଣ୍ଟାରେ ସରଧା ବାଲିରେ ପହଞ୍ଚିଲା ତିନି ରଥ

mahabharatanews

ଅବହେଳିତ ଖଲିପତ୍ର କାରିଗର

mahabharatanews