ଓଡିଶା

ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ  ଓ କେନ୍ଦ୍ରମନ୍ତ୍ରୀ

(ଭୁବନେଶ୍ୱର) :  ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ହୋଇଛି । ଏହା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହି ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରି ‘ଏକ୍ସ’ରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।

Related posts

ଗୋଠପଡିଆରେ ଯାଦବ ପରିବାର ସଭା

mahabharatanews

ଏଣିକି ଭୁବନେଶ୍ୱରରୁ ସିଧାସଳଖ ଗୌହାଟି ବିମାନ ସେବା

mahabharatanews

କୋଭିଡ-୧୯ରେ ନାମ ପଞ୍ଜିକରଣକୁ ନେଇ ଆଶାକର୍ମୀଙ୍କୁ ମାଡ

mahabharatanews