ଓଡିଶା

ଡକ୍ଟର ମନୋରମା ମହାନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର : ଡ.ମନୋରମା ମହାନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତି ହୋଇଛନ୍ତି । ଗୁଜରାଟ ଅହମଦାବାଦସ୍ଥିତ ପାଣିପାଗ କେନ୍ଦ୍ର ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଡ.ମହାନ୍ତିଙ୍କୂ ( ବୌଜ୍ଞାନିକ-ଏଫ୍) ଗ୍ରେଡକୁ ପଦନ୍ନୋତି ସହ ଏହି ନୂତନ ନିଯୁକ୍ତି ମିଳିଛି । ଏନେଇ ଶୁକ୍ରବାର କେନ୍ଦ୍ର ପୃଥ୍ୱୀବିଜ୍ଞାନ ମନ୍ତ୍ରଳାୟ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ।

ଓଡ଼ିଶା‌ ଜନ୍ମିତ ଡ. ମହାନ୍ତି ଦୀର୍ଘ ଦିନ ହେବ ଗୁଜୁରାଟ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ କାର୍ଯ୍ୟ କରୁଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ହାସଲ ପରେ ସେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ରେ ଯୋଗ ଦେଇଥିଲେ। ଆରବସାଗର ଇତିହାସରେ ସବୁଠୁ ଶକ୍ତିଶାଳୀ ବାତ୍ୟା ‘ତାଉତେ’ ଓ ‘ବିପର୍ଯ୍ୟୟ’ର ସଠିକ୍‌ ଗତିପଥ ଓ ତୀବ୍ରତା ଆକଳନ କରିବାରେ ଡ. ମହାନ୍ତିଙ୍କର ବଡ଼ ଓ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା। ତାଙ୍କର ସଠିକ୍‌‌ ଆକଳନ ଓ ସତର୍କ ସୂଚନା ଯୋଗୁଁ ଗୁଜରାଟରେ ଅନେକ ଧନଜୀବନ ରକ୍ଷା ପାଇପାରିଥିଲା। ଏଥିପାଇଁ ଗୁଜରାଟ ସରକାରଙ୍କ ତରଫରୁ ଡ. ମ‌ହାନ୍ତି ଉଚ୍ଚ ପ୍ରଶଂସିତ ହୋଇଥିଲେ।

Related posts

 ଓଡ଼ିଶା ଆସିବେ ଏ ଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ

mahabharatanews

ଚନ୍ଦ୍ରଭାଗା ବେଳାଭୁମିରେ ମେକ ଇନ ଓଡିଶା ଓ ଭାରତୀୟ କଳା ସସ୍କୃତି ଜୀବନ୍ତ ହୋଇଛି

mahabharatanews

ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା  

mahabharatanews