ଓଡିଶା

ଆଗାମୀ ୩ଦିନ  କାଁ ଭାଁ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ଶୁକ୍ରବାର ରହିଥିବା ଲଘୁଚାପ କ୍ଷେତ୍ର ଶନିବାର ଉତ୍ତର ଛତିଶଗଡ଼ ତଥା ସଂଲଗ୍ନ ଅଞ୍ଚଳରେ ରହିଛି। ଫଳରେ ରାଜ୍ୟରେ ଆଉ ଲଘୁଚାପର ପ୍ରଭାବ ନାହିଁ। ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୩ ଦିନ କାଁ ଭାଁ ବର୍ଷା ହୋଇପାରେ। ୨୩ ତାରିଖରୁ ରାଜ୍ୟରେ ପୁଣି ବର୍ଷା ପ୍ରଭାବ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ୨୩ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ‌ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ପ୍ରବଳ ବର୍ଷିପାରେ।

Related posts

କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ଭୂମିକା ପ୍ରଶଂସନୀୟ: ରାଜ୍ୟପାଳ

mahabharatanews

+୩ ପରୀକ୍ଷାରେ ସମାଜ ବିଜ୍ଞାନରେ ଇପ୍ସିତା ପଟ୍ଟନାୟକ ଟପ୍ପର

mahabharatanews

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

mahabharatanews