ଭାରତ

“ଜୁନ୍ ୪ରେ ବିଜେଡି ସରକାରର ଏକସ୍ପାରି ଡେଟ୍ “

(ଭୁବନେଶ୍ୱର) : ଜୁନ୍ ୪ ତାରିଖରେ ଏଠାରେ ବିଜେଡି ସରକାରର ଏକସ୍ପାରି ଡେଟ୍ ଲେଖାଯାଇଛି। ଜୁନ୍ ୧୦ ତାରିଖରେ ବିଜେପିର ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ହେବ। ମୁଁ ବିଜେପିର ଶପଥ ସମାରୋହ ଲାଗି ନିମନ୍ତ୍ରଣ ଦେବାକୁ ଆସିଛି।

ସୂଚନାନୁଯାୟୀ , ଓଡ଼ିଶାରେ ବିଜେଡି ସରକାର ଅସ୍ତଗାମୀ। କଂଗ୍ରେସ ଅତୀତ ହୋଇଛି। ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି। ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି। ଏହି ସାଧାରଣ ସଭାରେ ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଛି। ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁରରେ ପହଞ୍ଚିଥିଲେ। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ। ମୋଦୀ ବାୟୁସେନାର ସ୍ବତନ୍ତ୍ର ବିମାନରେ ରାତି ପ୍ରାୟ ୧୦ଟା‌ ୩୫ରେ ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

 

Related posts

ହକି ଶିବିରରେ କରୋନା: ରାଜ୍ୟଗୋଷ୍ଠୀ କ୍ରୀଡ଼ା ପ୍ରସ୍ତୁତିରେ ବାଧା

mahabharatanews

ଆଜିଠାରୁ ଶସ୍ତା ହେଲା ଏଲପିଜି ସିଲିଣ୍ଡର ଦର…

mahabharatanews

ଯବାନଙ୍କ ଗାଡ଼ି ଦୁର୍ଘଟଣା ଗ୍ରସ୍ତ

mahabharatanews