ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କମିଛି କରୋନା ସଂକ୍ରମଣ : ୨୦୨ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି । କରୋନା ସଂକ୍ରମଣ ୩ ତଳେ ରହିଛି । ଗତକାଲି ୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଛନ୍ତି।

ଗତ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୪, ବରଗଡ଼ରୁ ୧୦, ଭଦ୍ରକରୁ ୧, ବଲାଙ୍ଗୀର ଜିଲ୍ଲାରୁ ୩, କଟକରୁ ୧୧ ଜଣ, ଦେବଗଡ଼ରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୬ ଜଣ, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୭, କନ୍ଧମାଳରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧୧, ନୟାଗଡ଼ ଜିଲ୍ଲାରୁ ୭ ଜଣ, ନୂଆପଡ଼ାରୁ ୬, ପୁରୀରୁ ୪ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଏକାମ୍ର ପ୍ରକଳ୍ପର ଅଗ୍ରଗତି ନେଇ ୫-ଟି ସଚିବଙ୍କ ସମୀକ୍ଷା

mahabharatanews

ବିନା ଡାକ୍ତରରେ ଚାଲିଛି ଆରଡି ସ୍ୱାସ୍ଥ୍ୟକେନ୍ଦ୍ର

mahabharatanews

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି

mahabharatanews