ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କମିଛି କରୋନା ସଂକ୍ରମଣ ; ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିବାରେ ଲାଗିଛି । ୫ ଶହ ତଳକୁ ରହିଛି ସଂକ୍ରମିତ । ଗତକାଲି ୬୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି । ଏମାନଙ୍କ ମଧ୍ୟରୁ ୨୮୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୮୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାପଡିଛି । ରାଜ୍ୟର ୨୯ଟି ଜିଲ୍ଲାରୁ ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ବରଗଡ଼ରୁ ୧୨, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୧୩ ଜଣ, କଟକରୁ ୩୧ ଜଣ, ଦେବଗଡ଼ରୁ ୩୯ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୬ ଜଣ, ଗଞ୍ଜାମରୁ ୭, ଜଗତସିଂହପୁରରୁ ୩, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ ଜଣ, କନ୍ଧମାଳରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେଉଁଝରରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭୮, କୋରାପୁଟ ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜରୁ ୧୫ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୪ ଜଣ, ନୂଆପଡ଼ାରୁ ୧୫ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ବଲପୁରରୁ ୩୯ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୩୭ ଜଣ ଓ ଷ୍ଟେଟପୁଲରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୦, ୦୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୫, ୨୬୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୪୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related posts

ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ

mahabharatanews

୧୮ କେଜି ୪୬୦ ଗ୍ରାମ ଗଞ୍ଜେଇ ଜବତ, ୬ କୋର୍ଟ ଚାଲାଣ

mahabharatanews

ଟମାଟୋ ଓ କୁକୁଡା ଦର ଆକାଶ ଛୁଆଁ ଧରିଲାଣି

mahabharatanews