ଓଡିଶା

ଜାନୁଆରୀ ୫ରେ ପ୍ରକାଶ ପାଇବ ଭୋଟର ତାଲିକା 

(ଭୁବନେଶ୍ୱର) :  ଆସନ୍ତା ଜାନୁଆରୀ ୫ତାରିଖରେ ପ୍ରକାଶ ପାଇବ ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା । ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳମାନଙ୍କର ସହଯୋଗ କାମନା କରିଛନ୍ତି । ଆଗାମୀ ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରାଇଛନ୍ତି ।

ସୂଚନାନୁଯାୟୀ,   ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳମାନଙ୍କର ସହଯୋଗ କାମନା କରିଛନ୍ତି । ମୋବାଇଲ୍ ନ ଦେବାରୁ ବିଷ ପିଇ ଦେଲା ନାବାଳକ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ପ୍ରତ୍ୟେକ ରାଜନୈତିକ ଦଳମାନେ ପ୍ରତି ବୁଥ୍‌ରେ ସେମାନଙ୍କ ଦଳ ତରଫରୁ ଜଣେ ଲେଖାଏଁ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି କରିବା ସହ ଦଳ ତରଫରୁ ଫଟୋ ପରିଚୟ ପତ୍ର ଦେବେ ଓ ନିଯୁକ୍ତ ହୋଇଥିବା ବୁଥ୍‌ସ୍ତରୀୟ ଏଜେଣ୍ଟମାନଙ୍କର ଏକକିତା ଲେଖାଏଁ ନକଲ ସଂପୃକ୍ତ ଜିଲ୍ଲାର ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ, ଇଆର୍‌ଓ ତଥା ଉପଜିଲ୍ଲାପାଳ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ ।  ଏହି ସ୍ୱତନ୍ତ୍ର ପ୍ରଚାର ଅଭିଯାନ ଦିବସମାନଙ୍କରେ ବୁଥ୍‌ସ୍ତରୀୟ ଏଜେଣ୍ଟମାନେ ମଧ୍ୟ ଉପସ୍ଥିତ ରହି ଭୋଟରମାନଙ୍କୁ ସହାୟତା ପ୍ରଦାନ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

Related posts

୨୬ରୁ ଭିତରକନିକା ବନ୍ଦ

mahabharatanews

ଆଜିଠୁ କମିବ, ପୁଣି ୧୪ରୁ ବର୍ଷିବ

mahabharatanews

ଅଜଣା ଗାଡ଼ି ଧକ୍କାରେ ବୃଦ୍ଧ ମୃତ

mahabharatanews