ଭୁବନେଶ୍ୱର : ଆଜି ମାର୍ଗଶିର ମାସ ପ୍ରଥମ ଗୁରୁବାର । ପାଳନ ହେଉଛି ମାଣ୍ଡିଆ ଦିବସ । ଚାଷ ଉପରେ ଗୁରୁତ୍ୱ ଦିଅଯାଇ ବାହାରିଛି ମିଲେଟ୍ ‘ମିଲି’ । ଚାଷୀଙ୍କ ଆୟ ବୃଦ୍ଧିରେ ସହାୟକ ହେଉଛି ମାଣ୍ଡିଆ ଚାଷ । ମାଣ୍ଡିଆଚାଷକୁ ପ୍ରୋତ୍ସାହିତ କରବିା ସହିତ ଜନସାଧାରଣଙ୍କ ମଧ୍ୟରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟର ଗ୍ରହଣୀୟତା ବୃଦ୍ଧି କରିବା ପାଇଁ ମାଣ୍ଡିଆ ଦିବସ ପାଳନ ପାଇଁ ଯୋଜନା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ଭାବେ କୃଷି ବିଭାଗ ଅଧୀନରେ ଓଡ଼ିଶା ମିଲେଟ୍ ମିଶନ୍ ପକ୍ଷରୁ ମିଲେଟ୍ ଦିବସ ପାଳନ କରାଯାଇଛି । ମାଣ୍ଡିଆ ଏକ ପୁଷ୍ଟିକର ଖାଦ୍ୟ । ଏହାର ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟ ସରକାର ୨୦୧୭ରେ ଆରମ୍ଭ କରିଥିଲେ ମିଲେଟ ମିଶନ ।
୧୯ଟି ଜିଲ୍ଲା ୧୪୨ ବ୍ଲକରେ ଚାଷୀଙ୍କୁ ନେଇ କାର୍ଯ୍ୟ କରିବ ମିଲେଟ୍ ମିଶନ । ରାଜ୍ୟ ସରକାର ମାଣ୍ଡିଆ ଚାଷ ନିମନ୍ତେ ୩ବର୍ଷ ପାଇଁ ହେକ୍ଟର ପିଛା ୧୦ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରି ୫ବର୍ଷ ପାଇଁ ହେକ୍ଟର ପିଛା ୨୬ହଜାର ୫୦୦ ଟଙ୍କା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ଉନ୍ନତମାନର ବିହନ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । ଏହା ସହିତ ବର୍ଷାପୁଷ୍ଟ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ପାଇଁ ପଦକ୍ଷେପ ନିଆଯାଇଛି ଓ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ମାଣ୍ଡିଆ ଚାଷ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଉଛି । ଫଳରେ ରାଜ୍ୟର ୩୦ଟି ଜିଲ୍ଲାର ୧୭୭ଟି ବ୍ଲକରେ ଓଡ଼ିଶା ମିଲେଟ୍ ମିଶନ କାର୍ଯ୍ୟ କରୁଛି। ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ଉନ୍ନତମାନର ବିହନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି। ମାଣ୍ଡିଆ ଚାଷ ମାଧ୍ୟମରେ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ।