(ଅଜିତ ସାହୁ/ଜଳେଶ୍ୱର): ୬୦ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଏକ ସଡକ ଦୂର୍ଘଟଣାରେ ଜଣେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଜଳେଶ୍ୱର ଥାନା ଅଧିନ ନଛିମପୁର ଗାଁର ପ୍ରଫୁଲ୍ଲ ହୁଈ ବୋଲି ଜଣାପଡିଛି । ସେ ମାଛ ବ୍ୟବସାୟ କରି ନିଜର ସଂସାର ଚଳାଉଥିଲେ । ଆଜି ବ୍ୟବସାୟ ସାରି ଘରକୁ ଫେରୁଥିବା ବେଳେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ତାଙ୍କ ସ୍କୁଟିକୁ ଏକ ପିକ୍ଅପ୍ ଭ୍ୟାନ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ତାଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରି ରାସ୍ତାରୋକ କରିଥିଲେ । ଖବର ପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ସହାୟତା ଦେବାକୁ ପ୍ରତିଶୃତି ଦେବା ପରେ ରାସ୍ତାରୋକ ହଟିଥିଲା । ଅନ୍ୟପଟେ ଜଳେଶ୍ୱର ପୋଲିସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଦୁର୍ଘଟଣାଗ୍ରସ୍ତ ପିକ୍ଅପ୍ ଭ୍ୟାନ ଓ ସ୍କୁଟିକୁ ଜବତ କରିଛି । ପିକ୍ଅପ୍ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଜାରି ରଖିଛି ।
previous post
next post