ଭାରତ

୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ୍ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ମୋଦି ସରକାରଙ୍କର ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନା କରିଛନ୍ତି । ଏଥରର ବଜେଟ୍ କୃଷକ, ଯୁବକ ଓ ମହିଳାଙ୍କୁ ଅଧିକ ଗୁରୁତ୍ବ ଦେଇଛି। ବଜେଟରେ ଗାଁର ସଡକ ବିକାଶ ପାଇଁ ନୂତନ ବ୍ୟବସ୍ଥା ସମ୍ପର୍କରେ ଘୋଷଣା କରିଛନ୍ତି। ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ତିଆରି ହେବ ରାସ୍ତା । ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ବତନ୍ତ୍ର ସହାୟତା ଘୋଷଣା କରାଯାଇଛି। ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି । ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମକୁ ସହାୟତା ମିଳିବ। ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର । ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଲାଇଜେସନ ହେବ ।

Related posts

ଏହି ୩ ରାଜ୍ୟରେ କୋହଳ ହେଲା ମାସ୍କ ନିୟମ

mahabharatanews

ସାଂସଦ ସଞ୍ଜୟ ସିଂଙ୍କୁ ଜାମିନ

mahabharatanews

ବର୍ଷା ଓ ଭୂସ୍ଖଳନ; ହିମାଚଳରେ ୭୧ ମୃତ

mahabharatanews