ଓଡିଶାରାଜନୀତି

ନୂଆପଡା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲ, ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

ଭୁବନେଶ୍ୱର:- ନୂଆପଡା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ନିର୍ବାଚନ କମିଶନଙ୍କ ଘୋଷଣା ମୁତାବକ ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡା ଉପନିର୍ବାଚନ ପାଇଁ ଭୋଟ୍‍ ଗ୍ରହଣ ହେବ, ଏବଂ ୧୪ରେ ଭୋଟ ଗଣତି କରାଯାଇ, ଫଳାଫଳ ପ୍ରକାଶ ପାଇବ । ୧୬ତାରିଖ ସୁଦ୍ଧା ନୂଆପଡ଼ା ଉପନିର୍ବାଚନର ସମସ୍ତ ପ୍ରକ୍ରିୟା ଶେ‌ଷ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ସେଥିପାଇଁ ଆଜିଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଏହାପରେ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ ।

Odisha's Nuapada bypoll likely with Bihar Assembly elections

ନୂଆପଡାରେ ୩୫୮ଟି ମତଦାନ କେନ୍ଦ୍ର ରହିଛି । ସବୁ ମତଦାନ କେନ୍ଦ୍ରରେ ୱେବ୍‍ କାଷ୍ଟିଂ ବ୍ୟବସ୍ଥା କରାଯିବ । ବୁଥ୍‍ ଭିତରକୁ ମତଦାତାମାନେ ନିଜର ମୋବାଇଲ୍‍ ଫୋନ୍‍ ନେଇପାରିବେ ନାହିଁ । ନୂଆପଡା ଜିଲ୍ଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି । ଏମାନଙ୍କ ମଧ୍ୟରେ ୧,୨୪,୧୦୮ ପୁରୁଷ, ୧,୨୯,୪୯୫ ମହିଳା, ୨୧ ଜଣ ତୃତୀୟ ଲିଙ୍ଗୀ ଭୋଟରଙ୍କୁ ମିଶାଇ ମୋଟ ୨,୫୩,୬୨୪ ଭୋଟର ମତଦାନ ସାବ୍ୟସ୍ତ କରିବେ । ଗତ ୯ତାରିଖରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ଚିଠା ଭୋଟର ତାଲିକା ଅନୁସାରେ, ଏହି ନିର୍ବାଚନ ମଣ୍ଡଳୀରେ ଯୁବ ଭୋଟରଙ୍କ ଅନୁପାତ ୨.୪୨% ଥିବାବେଳେ ଚୂଡାନ୍ତ ଭୋଟର ତାଲିକାରେ ଏହା ବୃଦ୍ଧି ପାଇ ୩.୭୨%ରେ ପହଞ୍ଚିଛି । ଚଳିତ ଉପ-ନିର୍ବାଚନରେ ଯୁବ ଭୋଟର ଏକ ପ୍ରକାର ନିର୍ଣ୍ଣାୟକ ଭୂମିକା ନେଇପାରନ୍ତି ।

Odisha: Nuapada Bypoll: Tribal Votes And Sympathy Tactics On The Cards

Related posts

 ଆସନ୍ତାକାଲି ବାମନ ବେଶରେ ଦର୍ଶନ ଦେବେ ମହାପ୍ରଭୁ

mahabharatanews

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପଇତା ଲାଗି ନୀତି ଅନୁଷ୍ଠିତ

mahabharatanews

ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ହୋଇପାରେ

mahabharatanews