ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ ଧରଣର ସର୍ଚ୍ଚ ଅପରେସନ ସମୟରେ ୫୦ ସିପିଆଇ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷାକର୍ମୀ । କ୍ରିଷ୍ଣା, ଏଲୁରୁ, ଏନଟିଆର ବିଜୟୱାଡା, କାକିନାଡ଼ା କୋଣାସୀମାରୁ ଗିରଫ ହେଲେ ମାଓବାଦୀ । ସବୁ ମାଓବାଦୀ ଦକ୍ଷିଣ ବସ୍ତର ଓ ଦଣ୍ଡକାରଣ୍ୟ ଡିଭିଜନର । ଗିରଫଙ୍କ ମଧ୍ୟରେ ୨୩ ପ୍ଲାଟୁନ ମାଓ ସଦସ୍ୟ, ୫ ଡିଭିଜନାଲ କମିଟି ମେମ୍ବର । ଗିରଫ ମାଓମାଦୀଙ୍କ ମଧ୍ୟରେ ଅଛନ୍ତି ୧୯ ଜଣ ଏରିଆ କମିଟି ସଦସ୍ୟ ଥିବା ଇଣ୍ଟେଲିଜେନ୍ସ ଏଡିଜି ମହେଶ ଚନ୍ଦ୍ର ଲଡ୍ଡା ସୂଚନା ଦେଇଛନ୍ତି ।

ସେପଟେ ଅସ୍ତ୍ର ଛାଡ଼ି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ପୂର୍ବତନ ମାଓ କମାଣ୍ଡର ବେଣୁ ଗୋପାଳ ଭୂପତିଙ୍କ ଅପିଲ । ଗତକାଲି ହିଡମା ର ମୃତ୍ୟୁ ପରେ ଭିଡିଓ ଜାରି କରିଛନ୍ତି ଭୂପତି । ପରିବର୍ତ୍ତିତ ପରିସ୍ଥିତିରେ ଅସ୍ତ୍ର ଧରି ସଂଗ୍ରାମ କରିବା ସମ୍ଭବ ନୁହେଁ । ଅସ୍ତ୍ର ପାଇଁ ଆମେ ବହୁତ କିଛି ହରାଇଛୁ, ଅନେକ କ୍ଷତି ସହିଛୁ ବୋଲି ଭୂପତି କହିଛନ୍ତି । ଲୋକଙ୍କ ସମସ୍ୟାର ସମାଧାନ ସମ୍ବିଧାନ ଜରିଆରେ ହୋଇପାରିବ । ଏବେ ସମୟ ବଦଳିଛି, ଦେଶ ବଦଳିଛି, ପରିସ୍ଥିତି ବଦଳୁଛି ତେଣୁ ଅସ୍ତ୍ର ଛାଡ଼ି ଲୋକଙ୍କ ପାଖକୁ ଯିବାକୁ ପଡ଼ିବ ବୋଲି କହିଛନ୍ତି ଭୂପତି । ଦେଢ ମାସ ତଳେ ଗଡଚିରୋଲିରେ ଆତ୍ମସମର୍ପଣ କରିଥିଲେ ସିପିଆଇ ସଂଗଠନର ଟପ୍ ମାଓନେତା ବେଣୁ ଗୋପାଳ ଭୂପତି ।

