ଓଡିଶାରାଜନୀତି

କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ

କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ । ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି। ଶ୍ରୀମତୀ ମହାନ୍ତି ଗତ କିଛିଦିନ ହେବ ଭୁବନେଶ୍ୱରର ଏମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ସକାଳେ ତାଙ୍କର ମୃତ୍ଯୁ ହୋଇଥିବା ଖବର ମିଳିଛି  । ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ଖବର କୁ ନେଇ ଯାଜପୁର ଜିଲ୍ଲା ତଥା କୋରେଇ ନିର୍ବାଚିତ ମଣ୍ଡଳୀ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର‌ ଶୋକ ପ୍ରକାଶ କରିଛନ୍ତି। ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇ ୧୩ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସଞ୍ଜିତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ।

ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର କୁମାର ସିଂହ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ପରେ ଓଡ଼ିଶୀ ନୃତ୍ୟରେ ସ୍ନାତକତ୍ତୋର କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପଢ଼ିଥିଲେ । ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳର ଜଣେ କର୍ମୀ ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସଞ୍ଚିତା ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏଁ କାର୍ଯ୍ୟ କରିଥିଲେ। ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ । ଏହାପରେ ସଞ୍ଚିତା ୨୦୦୯ ମସିହାରେ ଓଡ଼ିଶା ବିଧାନସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ପୁଣିଥରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୬,୧୦୧ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରୀତିରଂଜନ ଘଡାଇ ୬୧,୪୪୮ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାର୍ଥୀ ହେମଲତା ଖୁଣ୍ଟିଆ ସମୁଦାୟ ୩୬,୩୩୬ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନ ଥିଲେ। ସଞ୍ଚିତା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଗୋପୀନାଥ ମହାନ୍ତିଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇଟି ପୁଅ ଅଛନ୍ତି ।

Related posts

ପୋଖରୀକୁ ଟ୍ରାକ୍ଟର ଖସି ୪ ମୃତ

mahabharatanews

ନିଶ୍ଚିତକୋଇଲିରେ ରକ୍ତଦାନ ଶିବିର

mahabharatanews

କୋରୁକୋଣ୍ଡା ମହିଳା ନାଏବ ସରପଞ୍ଚକୁ ନ୍ୟାୟ ମିଳିବ କେବେ

mahabharatanews