ଓଡିଶା

ପୂର୍ବତନ ପୁଲିସ୍ ମହାନିର୍ଦ୍ଦେଶକ ଶ୍ୟାମ ନାରାୟଣ ତିୱାରୀଙ୍କ ୮୧ବର୍ଷରେ ପରଲୋକ

ଭୁବନେଶ୍ୱର: ଓଡିଶାର ପୂର୍ବତନ ପୁଲିସ୍ ମହାନିର୍ଦ୍ଦେଶକ ଶ୍ୟାମ ନାରାୟଣ ତିୱାରୀଙ୍କ ବୁଧବାର ପରଲୋକ ହୋଇଛି । ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ୮୧ବର୍ଷରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କିଛିଦିନ ହେବ ସେ କର୍କଟରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । ସ୍ବଗତଃ ତିୱାରୀଙ୍କ ବିୟୋଗରେ ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ ଅଭୟ ଶୋକ ପ୍ରକାଶ କରିଛନ୍ତି। ସେ ଟୁଇଟ୍ କରି ତାଙ୍କ ପରିବାର ପ୍ରତି ସବବେଦନା ଜ୍ଞାପନ କରିଛନ୍ତି।
ସ୍ୱର୍ଗତ ତିୱାରୀ ଖରିଆରେ ଜନ୍ମଗ୍ରହଣ କରିଥିଲେ । ସେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ପାସ୍‌ କରି ୧୯୬୩ରେ ଆଇପିଏସରେ ଯୋଗ ଦେଇଥିଲେ । ଏହାପ‌ରେ ସେ ରାଜ୍ୟ ପୁଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ସଂସ୍ଥାରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ କାର୍ୟ୍ୟ କରିଥିଲେ। ତିୱାରୀ ଓଡ଼ିଶା ପୁଲିସ ବାହିନୀର ପ୍ରାୟ ସମସ୍ତ ବିଭାଗ ତଥା କେନ୍ଦ୍ରୀୟ ପୁଲିସ ସଂଗଠନରେ ମଧ୍ୟ ନେତୃତ୍ୱ ନେଇଛନ୍ତି। ଏସ୍‌ ଏନ୍‌ ତିୱାରୀ ଡିଆଇଜି ସେଣ୍ଟ୍ରାଲ୍‌ ରେଞ୍ଜ, ନିର୍ଦ୍ଦେଶକ (ଇଣ୍ଟେଲିଜେନ୍‌ସ), ନିର୍ଦ୍ଦେଶକ (କାରାଗାର), ଡିଜି ପୁଲିସ ପଦରେ ସଫଳତା ସହ କାର୍ୟ୍ୟ କରି କେନ୍ଦ୍ରୀୟ ଡେପୁଟେସନ୍‌ରେ ଇଣ୍ଟେଲିଜେନ୍‌ସ ବ୍ୟୁରୋର ଯୁଗ୍ମ ସଚିବ, ଭାବରେ ମଧ୍ୟ କାମ କରିଛନ୍ତି। ତିୱାରୀ ଓଡ଼ିଶାର ପ୍ରଥମ ଏବଂ ଏକମାତ୍ର ପୁଲିସ ଅଧିକାରୀ ଯିଏକି ଏସପିଜିର ନିର୍ଦ୍ଦେଶକ ଭାବରେ କାର୍ୟ୍ୟ କରିଥିଲେ। ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ନକ୍ସଲ ନିରୋଧି ଅପରେସନ୍ କ୍ଷେତ୍ରରେ ତାଙ୍କର ପାରଦର୍ଶିତା ଖୁବ୍‌ ପ୍ରଶଂସନୀୟ ଥିଲା।

Related posts

ଆସୁଛି ବାତ୍ୟା : ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା

mahabharatanews

 ବର୍ଷା ପ୍ରଭାବ; କୋରାପୁଟରେ ଭୂସ୍ଖଳନ 

mahabharatanews

ଜଣେ ଶିକ୍ଷକରେ ଚାଲିଛି ୫ଟି ଶ୍ରେଣୀ

mahabharatanews