(ମହାଭାରତ, ଉଦଳା): କୁଣ୍ଡାବାଇ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ସ୍ଥାନୀୟ ବିଧାୟକ ଭାସ୍କର ଚନ୍ଦ୍ର ମଢେଇ ମୁଖ୍ୟ ଅତିଥି ଭାବେ ଏଥିରେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ବାବେ କୁଣ୍ଡାବାଇ ଗ୍ରାମ ପଞ୍ଚାୟତ ସମିତି ସଭ୍ୟା ସବିତା ହାଁସଦା ଯୋଗ ଦେଇଥିଲେ । ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ସ୍କୁଲ ପ୍ରଧାନ ଶିକ୍ଷକ ରଜତ କୁମାର ଗିରୀ ଏହାର ପରିଚାଳନା କରିଥିଲେ । ସ୍କୁଲର ବାର୍ଷିକ ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । ସଭା ଶେଷରେ ସ୍କୁଲ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରିଥିଲେ ।
previous post
next post
