ଓଡିଶାଭାରତ

ପୁରୀରେ ନୀତିନ ଗଡକରୀ

(ପୁରୀ) : କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ପ୍ରଥମେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି । ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବାସଗୃହକୁ ଯାଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ପ୍ରଚାର ବିରାଟ ସମାବେଶକୁ ସେ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ସେପଟେ ଲଗାତାର ଦ୍ବିତୀୟ ଦିନ ଓଡ଼ିଶାରେ ପ୍ରଚାର କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ । କୋରାପୁଟ, ଲକ୍ଷ୍ମୀପୁର ଓ ପଟାଙ୍ଗିରେ ଜନସଭାକୁ ସମ୍ବୋଧନ କରିବେ ବିଷ୍ଣୁଦେବ ସାଏ । ସେପଟେ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Related posts

ଆସନ୍ତା ୩ଦିନ ପ୍ରବଳ ବର୍ଷା ସମ୍ଭାବନା

mahabharatanews

ହୋଲି ପାଳନ ପାଇଁ ବାଲୁକା କଳାରେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଶୁଭେଚ୍ଛା

mahabharatanews

କଳାହାଣ୍ଡି ଜିଲ୍ଲାରେ ପ୍ରଥମ କରୋନା ରୋଗୀ ଚିହ୍ନଟ

mahabharatanews