ଭାରତ ବନ୍ଦରେ କମିଲା ସୁନା ଦର। ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୫,୨୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୮,୪୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୫,୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୮,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୫,୩୫୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୯,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୬,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୮,୪୦୦ ଓ ୧,୪୫,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୯୫,୦୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନଶ୍ବରରେ ୨୨ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୧ଲକ୍ଷ ୪୫ ହଜାର ୨୦୦ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ଲକ୍ଷ ୫୮ହଜାର ୪୦୦ ଟଙ୍କା ରହିଛି। ଭୁବନେଶ୍ବରରେ ଗତକାଲି ଅପେକ୍ଷା ଆଜି ଦର କମିଥିବା ଦେଖିବାକୁ ମିଳିଛି।
