ଓଡିଶା

ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ ପାଇଁ ଖୁସି ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ ବା Junior Teacher, Schematic ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି । ଯାହା ଫଳରେ ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହୋଇଛନ୍ତି । ଏହି ଶିକ୍ଷକମାନେ ସେମାନଙ୍କର ଚାକିରୀରେ ଯୋଗଦାନ ସମୟ ଠାରୁ ନିୟମିତ ହୋଇଛନ୍ତି । ତେବେ, ସେମାନେ ଚାକିରୀରେ ଯୋଗଦାନ ସମୟ ଠାରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ Notional Benefit ପାଇବେ । ୨୦୨୬ ଜାନୁୟାରୀ ପହିଲା ଠାରୁ ନିୟମିତ କର୍ମଚାରୀଙ୍କ ଦରମା ତଥା ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ । ସୂଚନାଯୋଗ୍ୟ ଯେ, ଏହି କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ  ପୂର୍ବରୁ ଘୋଷଣା କରିଥିଲେ । ଆଜି ଏହି ନିଷ୍ପତ୍ତି ଗ୍ରହଣ କରିବା ଦ୍ୱାରା ଶିକ୍ଷକ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି ।

Over 13,000 junior teachers stage sit-in in Bhubaneswar demanding...

Related posts

ଚାଷୀ ଆନ୍ଦୋଳନ ଓ ସମସ୍ୟା ନେଇ ମୋହନଙ୍କ ସହ କଥାହେଲେ ଧର୍ମେନ୍ଦ୍ର

mahabharatanews

ବିଜେଡିରୁ ନିଲମ୍ବନ ପରେ ବଦଳିଲା ଦୁଇ ବିଧାୟକଙ୍କ ବିଧାନସଭାରେ ବସିବା ସିଟ

mahabharatanews

ବଢୁଛି ଶୀତ

mahabharatanews