ଓଡିଶା

ନାଫେଡ ଯୋଗାଇବ ଆଳୁ, କିଲୋକୁ ୩୦ ଟଙ୍କା

ଭୁବନେଶ୍ୱର : ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟିମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ । ଏହାଦ୍ୱାରା ଖାଉଟିମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି । ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ । ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ କହିଛନ୍ତି ।  ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Related posts

ଅପରାଜିତାଙ୍କ ବିରୋଧରେ ଅଭିଯୋଗ ଆଣିଲା ବେଗୁନିଆ ଭାଜପା

mahabharatanews

ରାଜ୍ୟରେ ଆଉ ୩ କରେ।ନା ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟ ୧୭୩

mahabharatanews

ବଦଳିବ ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ!

mahabharatanews