ଓଡିଶା

ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

ବରଗଡ଼ : ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ । ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି।  ରବିବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା ଘଟିଛି ।

ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ବାସିନ୍ଦା ଗୋପାଳ ସାହୁ ୧୯୮୪ ।  ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। । ତାଙ୍କ ଅଭିନୟ ଦେଖିବାକୁ ସେ ସମୟରେ କଂସ ଦରବାରରେ ବହୁ ଭିଡ଼ ଜମୁଥିଲା। ନଗର ପରିକ୍ରମା ସମୟରେ ହାତୀ ଉପରେ ବସି ବୁଲି ନିଜ ଉପସ୍ଥିତ ବାକଚାତୁରିରେ ଜରିମାନା ପକାଇ ସେ ଦର୍ଶକଙ୍କ ମନ କିଣୁଥିଲେ।

ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ସେ ଥିଲେ ।   କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।  ସେଠାରେ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ ।

ସ୍ବର୍ଗତ ଗୋପାଳ ସାହୁ ପୋଲିସ ବିଭାଗରେ ରହି ବିଭିନ୍ନ ଥାନାରେ କାର୍ୟ୍ୟରତ ଥିଲେ। ଅବସର ଗ୍ରହଣ ପରେ ସେ ପୁଅ ମାନଙ୍କ ସାଥିରେ ରହୁଥିଲେ।

Related posts

ଆଜି ମହାପ୍ରଭୁଙ୍କ ସୁନାବେଶ

mahabharatanews

ଆଜି ନିର୍ବାଚନୀ ପ୍ରଚାର କରିବେ ମୋଦି 

mahabharatanews

ଚନ୍ଦକା ଥାନାକୁ ବଦଳିଲେ ଟ୍ରାଫିକ ଥାନା ଅଧିକାରୀ

mahabharatanews