ଓଡିଶାପାଣିପାଗ

ମୌସୁମୀ ପରବର୍ତ୍ତୀ ସମୟରେ ସର୍ତକ ରହିବାକୁ ସ୍ୱାସ୍ଥ୍ୟବିଭାଗର ମାର୍ଗଦର୍ଶିକା

ଭୁବନେଶ୍ୱର : ମୌସୁମୀ ପରବର୍ତ୍ତୀ ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମାର୍ଗଦର୍ଶିକା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ସମସ୍ତ ମେଡିକାଲ କଲେଜ, ଜିଲ୍ଲା ମୁଖ୍ୟ ଚିକତ୍ସାଳୟ, ଜିଲ୍ଲାପାଳ ତଥା ପୌର ପ୍ରଶାସନକୁ ଏଥିପାଇଁ ଆଗୁଆ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ବାତ୍ୟା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି ।

ସମ୍ଭାବ୍ୟ ପରିସ୍ଥିତି ପାଇଁ ରାଜ୍ୟସ୍ତରରେ ଷ୍ଟେଟ୍ ରାପିଡ୍ ରେସପନ୍ସ ଟିମ୍ ପ୍ରସ୍ତୁତ ରହିବେ, କାର୍ଯ୍ୟକ୍ଷମ ହେବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ, ପାଣିପାଗ କେନ୍ଦ୍ର ସହ ସମନ୍ୱୟ ରକ୍ଷା କରିବେ ଏସ୍ଆରସି, ଓସଡମା, ଜିଲ୍ଲା ଓ ସବ୍ ଡିଭିଜନ୍ ସ୍ତରରେ ପ୍ରସ୍ତୁତି କରାଯାଇ ଆବଶ୍ୟକ ସାମଗ୍ରୀ ଯୋଗାଣ ହେବ, ଆବଶ୍ୟକ ହେଲେ ଅତିରିକ୍ତ ମାନବ ସମ୍ବଳ ନିଯୁକ୍ତ ହେବେ, ଜିଲ୍ଲାସ୍ତରରେ ବନ୍ୟା ଓ ବାତ୍ୟା ପାଇଁ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯିବ, ଜରୁରୀକାଳୀନ ବିଭାଗ ସହ ଜିଲ୍ଲା ପ୍ରଶାସନ ସମନ୍ୱୟ ରକ୍ଷା କରି ପଦକ୍ଷେପ ନେବ, ଜିଲ୍ଲାର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରି ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବ,ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକ ୨୪ ଘଣ୍ଟିଆ ଜଳ ଓ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରାଯିବ,ଅନ୍ୟ ଚିକିତ୍ସା ସାମଗ୍ରୀ ମହଜୁଦ ରଖିବା ଜରୁରୀ, ବନ୍ୟାଞ୍ଚଳରୁ ରୋଗୀଙ୍କୁ ଉଦ୍ଧାର କରିବା ପାଇଁ ମେଡିକାଲ ଟିମ୍ ମୁତୟନ ହେବ

Related posts

ଦନ୍ତା ଆକ୍ରମଣରେ ଚାଲିଗଲା ୨ଜୀବନ

mahabharatanews

୨୩ରୁ ଖୋଲିବ ଧର୍ମାନୁଷ୍ଠାନ

mahabharatanews

ରାଜ୍ୟରେ ଆଉ ୫ କୋରୋନା ପଜେଟିଭ ଚିହ୍ନଟ

mahabharatanews