ଓଡିଶା

ଆସନ୍ତା ୨୪ ଘଣ୍ଟାରେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା 

(ଭୁବନେଶ୍ୱର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ଜୁଲାଇ, ଶୁକ୍ରବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସୂଚନାନୁଯାୟୀ,  ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।

Related posts

ଅହିଂସା ରଥ କାର୍ଯ୍ୟକ୍ରମରେ ରାଇଘର ବ୍ଲକ ପ୍ରକାଶନ ଗଣମାଧ୍ୟମକୁ ଅଣଦେଖା

mahabharatanews

ଏଣିକି ଭବାନୀପାଟଣାରୁ ସିଧା ଭୁବନେଶ୍ୱର ବିମାନସେବା

mahabharatanews

ନୂଆପଡାରେ ନଭେମ୍ବର ୨ ପର୍ଯ୍ୟନ୍ତ ଚାଲିବ ପଦଯାତ୍ରା

mahabharatanews