ଓଡିଶା

କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ; ସତର୍କ ଜାରି 

(ଭୁବନେଶ୍ଵର) :  ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସୂଚନାନୁଯାୟୀ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୩ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା  ବେଳେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ରାଜ୍ୟର ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ପ୍ରଭୃତି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।

Related posts

ଜାତିସଂଘ ପକ୍ଷରୁ କିସ୍‌କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର ମିଳିଛି

mahabharatanews

ଜଗତସିଂହପୁର ଅବକାରୀ ବିଭାଗକୁ ବଡ଼ ଧରଣର ସଫଳତା

mahabharatanews

ପରିଚୟପତ୍ର ଦେଖାଇ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କଲେ ପୁରୀବାସୀ

mahabharatanews