ଓଡିଶା

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ,୮ଜିଲ୍ଲାରେ  ୟେଲୋ ଓ୍ଵାର୍ଣ୍ଣିଂଜାରି

(ଭୁବନେଶ୍ୱର) :  ୨୪ ଘଣ୍ଟାମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ଜୁଲାଇ, ବୁଧବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୪ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସୂଚନାନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ନବରଙ୍ଗପୁର, ପ୍ରଭୃତି ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।

Related posts

ପୋଲିସକୁ ମାଡ ମାରିବା ଘଟଣା: ଦୁଇଜଣଙ୍କୁ କୋର୍ଟ ଚାଲାଣ ବେଳେ ଡ୍ରଇଭରଙ୍କ ଉତ୍ତେଜନା

mahabharatanews

ଗଗନଯାନ ମିଶନର ୪ ମହାକାଶଚାରୀଙ୍କ ମଧ୍ୟରେ ଓଡ଼ିଆ ପୁଅ ନିଖିଲ ରଥ

mahabharatanews

ଚିତା ବାଘ ଛାଲ ଜବତ ସହ ଶିକାରୀ ଗିରଫ

mahabharatanews