ଓଡିଶା

୫ ଦିନ ପ୍ରବଳ ବର୍ଷା ସମ୍ଭାବନା,ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

(ଭୁବନେଶ୍ୱର) : ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର- ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ- ଓଡିଶା ଉପକୂଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି।  ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୭ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୨ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଥିବା ବେଳେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସୂଚନାନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ବୋହିବାର ସମ୍ଭାବନା ରହିଛି। ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ସମ୍ପୂର୍ଣ ବାରଣ କରାଯାଇଛି।  ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Related posts

ଶୂନ୍ୟକାଳରେ ଏଏସଓ ଚାକିରି ବିବୃତ୍ତି ନେଇ ବିଜେଡି ହଙ୍ଗାମା: ୪ଟା ଯାଏ ଗୃହ ମୁଲତବି

mahabharatanews

ଦୁଇ ମନ୍ତ୍ରୀଙ୍କ ଦାୟିତ୍ୱରେ ରାଜସ୍ୱମନ୍ତ୍ରୀ

mahabharatanews

ଦେଶରେ କାରଣ ସଂକ୍ରମଣ କମିଛି : ୪,୯୧୨ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews