ଓଡିଶା

 ଆଗାମୀ ୫ଦିନ ଝଡ଼ବର୍ଷା ସମ୍ଭାବନା,ୟେଲୋ ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୩ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲିପାଣିପାଗ ବିଭାଗ ଏକ ସତର୍କ ସୂଚନା ଜାରି କରିଛି ।

ସୂଚନାନୁଯାୟୀ ,ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୨୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଭେଟି, କାଳିଆ ହିତାଧିକାରୀ ପାଇବେ ୨ହଜାର ଟଙ୍କା

mahabharatanews

‘ନୂଆ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ଶୁଭାରମ୍ଭ

mahabharatanews

ରଥ ଖଳା ହାଲଚାଲ 

mahabharatanews