(ଭୁବନେଶ୍ୱର) : ରାଜ୍ୟରେ ଲଘୁଚାପ ପ୍ରଭାବରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ । ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ ଜିଲ୍ଲାକୁ ୱାର୍ଣ୍ଣିଂ । ସଂପୃକ୍ତ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ରେଡ୍ ୱାର୍ଣ୍ଣିଂ ନେଇ ସତର୍କ କଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଲ ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି ।
ସୂଚନାନୁଯାୟୀ ,ପ୍ରବଳ ବର୍ଷା ନେଇ ଅନ୍ୟ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱରରେକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ବିଶେଷକରି ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ରାଜଧାନୀରେ ବାଦଲ ଫଟା ବର୍ଷା ରେକର୍ଡ ହୋଇଛି । ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ବେଗରେ ପବନ ବହିପାରେ । କଚ୍ଚା ରାସ୍ତା ଓ ଘର ଧସିଯିବା, ଭୂସ୍ଖଳନ ଆଦି ହେବାର ଆଶଙ୍କା ଥିବାରୁ ସତର୍କ ରହିବାକୁ କୁହାଯାଇଛି ।