ଓଡିଶା

୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା,ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ବର୍ଷାର ବିସ୍ତୃତି ଓ ପରିମାଣ ଆସନ୍ତା ୩ ତାରିଖ ଯାଏ ଅଧିକ ରହିବ। ୧ ଓ ୨ ତାରିଖରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ।

 

ସୂଚନାନୁଯାୟୀ , ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଧା ଆଦି ଜିଲ୍ଲାର କେତେକ ସ୍ଥାନରେ ଆସନ୍ତାକାଲି ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧୦ ମିମି ବର୍ଷା ସମ୍ଭାବନା ରହିଛି। ଏହାଛଡ଼ା ଅବଶିଷ୍ଟ ‌ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related posts

ପରଜଙ୍ଗରେ ‘ସ୍ୱାବଲମ୍ବୀ ଯୁବା ସମୃଦ୍ଧ ଓଡ଼ିଶା’ ସମାବେଶ ଅନୁଷ୍ଠିତ

mahabharatanews

ଘନେଇବାରେ ଲାଗିଛି ଡେଙ୍ଗୁ ; ୨୪ଘଣ୍ଟାରେ ଖୋର୍ଦ୍ଧାରୁ ୧୭ ଆକ୍ରାନ୍ତ  ଚିହ୍ନଟ 

mahabharatanews

ଗୋଦାବରୀଶ ମହାବିଦ୍ୟାଳୟରେ ୬୦ତମ ବାର୍ଷିକ ଉତ୍ସବ

mahabharatanews