ଓଡିଶା

୪ ଯାଏଁ  ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ,ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପଜନିତ ବର୍ଷା।  ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଆଜି ଗ‌ାଙ୍ଗେୟ ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ଏହା ଉତ୍ତର-ପଶ୍ଚିମମୁହାଁ ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି।

ସୂଚନାନୁଯାୟୀ , ସେହି ଜିଲ୍ଲାଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେଗବଡ଼, କେନ୍ଦୁଝର ଓ ସମ୍ବଲପୁର। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଏହି ୫ ଜିଲ୍ଲାରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ। ଏଣୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୫ ଜିଲ୍ଲା ଛଡ଼ା ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related posts

ଆଜି ୧୨ଘଣ୍ଟିଆ ନବରଙ୍ଗପୁର ବନ୍ଦ

mahabharatanews

ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ

mahabharatanews

ରନ୍ଧନ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

mahabharatanews