ଓଡିଶା

 ଆଗାମୀ ୪ ଦିନ ଅତି ପ୍ରବଳ ବର୍ଷା ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ବୁଧବାର) ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

 ସୂଚନା ଅନୁଯାୟୀ,  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୭ ଅଗଷ୍ଟ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଓ କନ୍ଧମାଳ ପ୍ରଭୃତି ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ପ୍ରଙୃତି ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ହେତୁ ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଶାଳୀନତା ପୋଷାକ ପ୍ରସଙ୍ଗ; ଶ୍ରୀମନ୍ଦିରରେ ନିୟମ କଡ଼ାକଡ଼ି

mahabharatanews

ଗଣିଆରେ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜନ୍ମ ଜୟନ୍ତୀ ପାଳିତ

mahabharatanews

ଅନୁଗୁଳ କରୋନା ସଂକ୍ରମିତଙ୍କ ତାଲିକା ଭାଇରାଲ: ଥାନାରେ ମାମଲା

mahabharatanews