(ଭୁବନେଶ୍ୱର/ମହାଭାରତ): ଓଡ଼ିଶା ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ଥିବା ଲଘୁଚାପ ଓ ଘୂର୍ଣ୍ଣିବଳୟର ପ୍ରଭାବ ଏବେ ବି ସକ୍ରିୟ ରହିଛି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ଉଭୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ସୋନପୁର ଆଦି ରାଜ୍ୟର ୧୩ଟି ଜିଲାରେ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏହି ସମୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ୧୩ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏଠାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
previous post