ଓଡିଶା

 ପ୍ରବଳ ବର୍ଷା ସମ୍ଭାବନା: ୫ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଆଜିଠୁ (ମଙ୍ଗଳବାର) ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବଂ ୬ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୫ ଜୁଲାଇ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଖଣ୍ଡଗିରି ଥାନା ଏସ୍‌ଆଇ ସୁଶାନ୍ତ ସ୍ୱାଇଁ ଗିରଫ

mahabharatanews

୨୬ଟି ଗେଟ ଦେଇ ନିଷ୍କାସିତ ହେଉଛି ହୀରାକୁଦ ଜଳ  

mahabharatanews

ଏନଆଇଟିରୁ ପୁଣି ୭ ପଜିଟିଭ ଚିହ୍ନଟ, ମୋଟ ୧୪

mahabharatanews