ଓଡିଶା

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ଆସନ୍ତା ୫ ଦିନ ପର୍ୟ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।
ମଙ୍ଗଳବାର ଅପରାହ୍ଣ ସୁଦ୍ଧା ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଗାମୀ ୫ ଦିନ ଯାଏ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ରୁ ୧୧ ତାରଖ ମଧ୍ୟରେ ମୌସୁମୀ ପହଞ୍ଚିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related posts

ବିଦ୍ୟୁତ ଆଘାତରେ ୧ ମୃତ

mahabharatanews

ଏକ୍ସପ୍ରେସ ଟ୍ରେନ୍‌ରେ ଧୂଆଁ, ଡରିଲେ ଯାତ୍ରୀ

mahabharatanews

ଇଣ୍ଡୋନେସିଆ: ବନ୍ୟାରେ ୨୧ ମୃତ

mahabharatanews