ଓଡିଶାପାଣିପାଗ

ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ରହିଛି ବର୍ଷ ସମ୍ଭାବନା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି ଆସନ୍ତା ୪ରୁ ୫ ଦିନ ରାଜ୍ୟର ୨୩ଟି ଜିଲ୍ଲାରେ ପ୍ରବଳ ଛେଚିବ ବର୍ଷା । ଏହାର ସୂଚନା ଦେଇଛି ପାଣିପାଗ କାର୍ଯ୍ୟାଳୟ ।ସୂଚନାନୁସାରେ , ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଉ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ବୋଲି ଅନୁମାନ କରାଯାଉଛି।

ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଯାହା ଫଳରେ ଉତ୍ତର ଭାରତରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Related posts

ବଦଳିଛି ସହର, ବଦଳିଛି ପରିବେଶ । ୭୫ ବର୍ଷରେ ପାଦ ଥାପିଛି ଏକାମ୍ରକ୍ଷେତ୍ର ।

mahabharatanews

ବାରିପଦା ବୁଢ଼ା ବଳଙ୍ଗ ପାଣିବୁଡ଼ି ଜଣେ ମୃତ

mahabharatanews

୬୦ କୁଇଣ୍ଟାଲ ଗୋମାଂସ ଜବତ ,ଗାଡ଼ି ଡ୍ରାଇଭର ଫେରାର

mahabharatanews