ଓଡିଶା

ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ

(ଭୁବନେଶ୍ୱର) : ବଙ୍ଗୋପସାଗରରେ ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଗାମୀ ୨୫ ତାରିଖରୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ସୂଚନାନୁଯାୟୀ , ବୁଧବାର ସକାଳୁ ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ ଏବଂ ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ଗତି ଉତ୍ତର-ପୂର୍ବ ଦିଗକୁ ରହିବା ସହ ଆହୁରି ତୀବ୍ର ହେବ ଏବଂ ୨୫ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର-ପୂର୍ବ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଂଚିବାର ସମ୍ଭାବନା ରହିଛି । ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ କାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Related posts

ଗତ ୨୪ ଘଣ୍ଟାରେ ଦେଶରୁ ୨୮୮ ସଂକ୍ରମିତ ଚିହ୍ନଟ 

mahabharatanews

ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଉଦଘାଟିତ

mahabharatanews

ମ୍ୟାଚ୍ ଚାଲିଥିବା ସମୟରେ ଅଧାରୁ ଟଳିଗଲେ କ୍ରିକେଟର

mahabharatanews