ଓଡିଶା

ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) :  ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଛି। ସକାଳ ୯ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତ୍ତର୍କ ସୂଚନା ଜାରି କରାଯାଇଛି। ଆଜି ୩ ଘଣ୍ଟା ପାଇଁ ୪ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ ,  ଆଗାମୀ ୩ ଘଣ୍ଟାରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଗକୁ ଦେଖି ଲୋକମାନେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଆଜି ଭୋରରେ କେନ୍ଦୁଝରରେ ପବନ ଓ ବର୍ଷା ହୋଇଥିଲା।

Related posts

ବିଜିଗୋଳ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ

mahabharatanews

ମାଓବାଦୀଙ୍କ ତାଣ୍ଡବ : ଜାଳିଦେଲେ ୧୪ଗାଡ଼ି    

mahabharatanews

ଓଡିଶା ପୋଲିସ ସବ-ଇନ୍‌ସ୍ପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତିର ଅନୁସନ୍ଧାନ କରିବ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ

mahabharatanews