ଓଡିଶା

ଆଗାମୀ ୩ଦିନ ବର୍ଷା ସମ୍ଭାବନା ; ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିପା‌ରେ। ମଙ୍ଗଳବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ସୂଚନାନୁଯାୟୀ ,  ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲା‌ରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୬ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।

Related posts

ନଦୀରେ ମହିଳାଙ୍କ ମୃତଦେହ ଜଗିଛୀ କୁମ୍ଭୀର

mahabharatanews

ନୟାଗଡ଼ରେ ବନ୍ୟା ସ୍ଥିତି ; ପ୍ରଭାବିତ ୫୦ ହଜାର ଲୋକ

mahabharatanews

ଭାଇଜାଗ ଗ୍ୟାସ୍ ଟ୍ରାଜେଡ଼ି, ଦୁଃଖ ପ୍ରକାଶ କଲେ ନବୀନ

mahabharatanews