ଓଡିଶାପାଣିପାଗ

ଆହୁରି ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ପୁରୀଠାରୁ ଏହା ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏପରିକି ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ଅଛି। ଏହାରି ପ୍ରଭାବରେ ୨୩ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଥିବା ଆକଳନ କରାଯାଇଛି । ପରେ ଅବପାତ ପୁରୀ ଜିଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଓ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାରେ ଅତି ପ୍ରବଳ ବର୍ଷା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।

Related posts

ଜନସାଧାରଣଙ୍କୁ ସେବା ଯୋଗାଇଦେବାହିଁ ସରକାରଙ୍କ ମୂଳ ଆଭିମୂଖ୍ୟ – ଜିଲ୍ଲାପାଳ

mahabharatanews

ପାରିବେଶୀୟ ମଞ୍ଜୁରୀ ନିମନ୍ତେ ପରିବେଶ ପ୍ରଭାବ ସମ୍ବନ୍ଧୀୟ ଜନଶୁଣାଣୀ ଶିବିର

mahabharatanews

ନିକୁଞ୍ଜ ଧଳଙ୍କୁ ଗ୍ରିଡକୋର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର

mahabharatanews